ଭବାନୀପାଟଣା : ପୁଣି ରକ୍ତ ରଞ୍ଜିତ ହେଲା ମାଣିକେଶ୍ୱରୀଙ୍କ ଛତର ଯାତ୍ରା । ପ୍ରଶାସନର ବାରଣ ସତ୍ତ୍ୱେ ଦିଆଗଲା ଶହ ଶହ ସଂଖ୍ୟାରେ ପଶୁବଳି । ଜେନାଖାଲରୁ ମାଣିକେଶ୍ୱରୀ ମନ୍ଦିର ଯାଏଁ ଦିଆଗଲା ପଶୁ ବଳି । ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ । ସୁରକ୍ଷା ଦୃଷ୍ଟିରୁ ୧୨ ପ୍ଲାଟୁନ ଫୋର୍ସ ମୁତୟନ ।
ମା’ ମାଣିକେଶ୍ବରୀଙ୍କ ପାଖରେ ବଳି ଦିଆଯିବା ଏକ ସ୍ବତନ୍ତ୍ର ପରମ୍ପରା ରହିଛି । ମା’ଙ୍କ ରୀତିନୀତି ଅନୁଯାୟୀ ହଜାର ହଜାର ବର୍ଷ ଧରି ଏହି ଯାତ୍ରାକୁ ପାଳନ କରି ଆସୁଛନ୍ତି କଳାହାଣ୍ଡିବାସୀ । ସେପଟେ ମା’ଙ୍କ ବିଜୟ ପ୍ରତିମା ଛତର ବାହାରିବା ପରେ ମାନସିକ ଧାରି ବୋଦା ଓ କୁକୁଡ଼ା ଆଦି ବଳି ଆରମ୍ଭ ହୋଇ ସାରିଛି ।
ଭବାନୀପାଟଣା ସହର ପଶ୍ଚିମ ଉପକଣ୍ଠରେ ଥିବା ଫାଶୀ ଡଙ୍ଗର ଜେନାଖାଲରେ ମାଣିକେଶ୍ୱରୀଙ୍କ ଗୁପ୍ତ ରୀତିନୀତିରେ ପୂଜାର୍ଚ୍ଚନା ସାରି ମନ୍ଦିର ଅଭିମୁଖେ ବାହାରିଛି ମା’ଙ୍କ ବିଜୟ ପ୍ରତିମା ଛତର । ରାସ୍ତାରେ ଭକ୍ତମାନେ ଧୂପ, ଦୀପ, ନୈବେଦ୍ୟ ଅର୍ପଣ କରିଛନ୍ତି ।
ଏହି ଅବସରରେ ଶାନ୍ତିର ପ୍ରତୀକ ଭାବେ ଶହ ଶହ ପାରାକୁ ଦେବୀଙ୍କ ଛତର ଉପରେ ଉଡ଼ାଇବାର ପରମ୍ପରା ଦେଖିବାକୁ ମିଳିଛି । ଜେନା ବାଦ୍ୟ ଓ ବୀର ବାଦ୍ୟ ଘୁମୁରା ତାଳେ ତାଳେ ମା’ଙ୍କୁ ପାଛୋଟି ନେଉଛନ୍ତି ଶ୍ରଦ୍ଧାଳୁ । ମାଣିକେଶ୍ବରୀଙ୍କ ଦର୍ଶନ ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ଜେନାଖାଲଠାରୁ ମନ୍ଦିର ପର୍ୟ୍ୟନ୍ତ ପ୍ରାୟ ତିନି କିଲୋମିଟର ପର୍ୟ୍ୟନ୍ତ ଭକ୍ତଙ୍କ ସମାଗମ ହୋଇଛି ।
ଛତର ଯାତ୍ରା : ବାରଣ ସତ୍ତ୍ୱେ ପଶୁବଳି,ବାଦ୍ୟ ଓ ଘୁମୁରାର ତାଳେ ତାଳେ ମା’ଙ୍କୁ ପାଛୋଟି ନେଉଛନ୍ତି ଶ୍ରଦ୍ଧାଳୁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











