ଭୁବନେଶ୍ୱର : ଗତକାଲିଠୁ ଆରମ୍ଭ ହୋଇଛି ଇକୋ ରିଟ୍ରିଟ । ପ୍ରାକୃତିକ ସୈାନ୍ଦର୍ଯ୍ୟ ଉପଭୋଗ କରିବା ସହ ଜଳ କ୍ରୀଡାର ମଜା ନେବେ ପର୍ଯ୍ୟଟକ । ଏଥର ତିନି ମାସ ଧରି ୭ ଟି ଜାଗାରେ ହେବ ଇକୋ ରିଟ୍ରିଟ୍ । କୋରାପୁଟ, କୋଣାର୍କ, ସାତକୋଶିଆ, ଭିତରକନିକା, ଦାରିଙ୍ଗବାଡ଼ି, ହୀରାକୁଦ ଓ ପାଟୀ ସୋନାପୁର ବେଳାଭୂମିରେ ପର୍ୟ୍ୟଟକ ନିଆରା ଅନୁଭୂତି ସାଉଁଟିବେ । ସମୁଦ୍ର ବେଳା ବିସ୍ତୀର୍ଣ୍ଣ ବାଲୁକାରେ ଅତ୍ୟାଧୁନିକ କ୍ୟାମ୍ପ ସହ ମିଳିବ ଷ୍ଟାର୍ ହୋଟେଲର ସୁବିଧା । ପ୍ରଥମ ପର୍ୟ୍ୟାୟରେ ହୀରାକୁଦ, ଦାରିଙ୍ଗିବାଡ଼ି, କୋରାପୁଟ ଓ ସାତକୋଶିଆରେ ଇକୋ ରିଟ୍ରିଟ୍କୁ ମୁଖ୍ୟମନ୍ତ୍ରୀ ଆଭାସୀ ଜରିଆରେ ଗତକାଲି ଉଦ୍ଘାଟନ କରିଥିଲେ । ସେହିଭଳି ଦ୍ୱିତୀୟ ପର୍ୟ୍ୟାୟରେ ଡିସେମ୍ବର ପହିଲାରେ ସୋନାପୁର ଓ ଭିତରକନିକାରେ ଇକୋ ରିଟ୍ରିଟ୍ ଆରମ୍ଭ ହେବ । ତୃତୀୟ ପର୍ୟ୍ୟାୟରେ ଡିସେମ୍ବର ୧୫ରୁ କୋଣାର୍କରେ ଇକୋ ରିଟ୍ରିଟ୍ର ଶୁଭାରମ୍ଭ ହେବ । ଏଥିପାଇଁ ରାଜ୍ୟ ପର୍ୟ୍ୟଟନ ବିଭାଗ ପକ୍ଷରୁ ଇକୋ ରିଟ୍ରିଟ୍ର ୱେବସାଇଟ୍ bookodisha.com ଓ odishaecoretrets.com ବୁକିଂ ଜାରି ରହିଛି ।
ଆରମ୍ଭ ହେଲା ଇକୋ ରିଟ୍ରିଟ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...