ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଯାଇଛି।ଏହି ଅବସରରେ ଶ୍ରୀକୃଷ୍ଣ ଏକାଡେମୀ ଠାରୁ ବିଦ୍ୟାଳୟର ଛାତ୍ର ଛାତ୍ରୀ ଓ ମିଶନ ଶକ୍ତି ମହିଳା ମାନଙ୍କ ନେଇ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରି ଜିଲ୍ଲା ମୁଖ୍ୟ ଡାକଘର ସମ୍ମୁଖରେ ଦୁର୍ନୀତି ସମ୍ପର୍କିତ ଏକ ସଚେତନତା ମୂଳକ ପଥପ୍ରାନ୍ତ ନାଟକ ପ୍ରଦର୍ଶିତ କରାଯାଇଥିଲା।ପରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲାପାଳ ପାରୁଲ ପଟୱାରିଙ୍କ ସଭାପତିତ୍ବରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା।ଚଳିତ ବର୍ଷର ଥିମ୍ ରହିଛି ଦୁର୍ନୀତିକୁ ବିରୋଧ କରିବା ରାଷ୍ଟ୍ର ପ୍ରତି ସମର୍ପିତ ରହିବା।ଏହା ୩୦ ଅକ୍ଟୋବର ରୁ ୫ ନଭେମ୍ବର ପର୍ୟ୍ୟନ୍ତ ଚାଲିବ।ଅନୁଷ୍ଠିତ ସଭାରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ପିଆର୍,ଜିଲ୍ଲା ଭିଜିଲାନ୍ସ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅନୁପମା ସାହୁ ,ଜିଲ୍ଲାପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ,ପୌରପରିଷଦ ଅଧକ୍ଷା ଅର୍ଚ୍ଚନା ସିଂହ ପ୍ରମୁଖ ଯୋଗଦେଇ ଦୁର୍ନୀତି ମୁକ୍ତ ଜିଲ୍ଲା କରିବା ପାଇଁ ସମସ୍ଥଙ୍କର ସହଯୋଗ କାମନା କରିଥିଲେ।ଜିଲ୍ଲାର ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ସମସ୍ତ ଜନପ୍ରତିନିଧି ,ପ୍ରଶାସନିକ ଅଧିକାରୀ କର୍ମଚାରୀ ମାନେ ଯଦି ସଚେତନ ହୋଇ ଦୁର୍ନୀତିକୁ ବିରୋଧ କରିବେ ତାହାଲେ ଏକ ସୁନ୍ଦର ଦୁର୍ନୀତି ମୁକ୍ତ ଜିଲ୍ଲା ହୋଇପାରିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।ଏହି ଅବସରରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଇଁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ବକୃତା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











