The Ultimate Managed Hosting Platform
ADVERTISEMENT

ବାଲିଯାତ୍ରା ନେଇ ଆଜିଠୁ ପ୍ଲଟ ରେଜିଷ୍ଟ୍ରେସନ

Facebook
Twitter
LinkedIn

କଟକ : ଆସୁଛି ବାଲିଯାତ୍ରା । ଆଜିଠାରୁ ଆରମ୍ଭ ହୋଇଛି କ୍ଷୁଦ୍ର ବ୍ୟବସାୟୀ, ବିଭିନ୍ନ ଅନୁଷ୍ଠାନ, ସାଧାରଣ ବ୍ୟବସାୟୀଙ୍କ ପ୍ଲଟ ଆବଣ୍ଟନ ପାଇଁ ପଞ୍ଜିକରଣ ପ୍ରକ୍ରିୟା। ଆସନ୍ତା ନଭେମ୍ବର ୨୭ ରୁ ଡିସେମ୍ବର ୪ ତାରିଖ ଯାଏଁ ଚାଲିବ କଟକର ଐତିହାସିକ ବାଲିଯାତ୍ରା। ନଭେମ୍ବର ୪ ତାରିଖ ଠାରୁ ୧୦ ତାରିଖ ପର୍ୟ୍ୟନ୍ତ ଏହି ପ୍ଲଟ ପଞ୍ଜୀକରଣ ପ୍ରକ୍ରିୟା ଚାଲିବ। ୧୧ ତାରିଖରୁ ୧୫ ତାରିଖ ଭିତରେ ପ୍ଲଟ ନିଲାମ ପ୍ରକ୍ରିୟା ଅନୁଷ୍ଠିତ ହେବ। ସମସ୍ତ ପ୍ଲଟ ଆବଣ୍ଟନ ପ୍ରକ୍ରିୟା ନଭେମ୍ବର ୨୦ ତାରିଖ ସୁଦ୍ଧା ଶେଷ କରାଯିବ। ଏନେଇ ଜିଲ୍ଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ସୂଚନା ଦେଇଛନ୍ତି। ଉଠା ଦୋକାନୀ ବା ବ୍ୟବସାୟୀଙ୍କ ପାଇଁ ପଞ୍ଜିକରଣ ରାଶି ୧୦୦୦ ହଜାର ଟଙ୍କା ଧାର୍ୟ୍ୟ କରିଛି କଟକ ଜିଲ୍ଲା ପ୍ରଶାସନ। ସବୁ ପେମେଣ୍ଟ ଅନଲାଇନ ମାଧ୍ୟମରେ କରାଯିବ। ତେବେ ଚଳିତ ବର୍ଷ ନଭେମ୍ବର ୨୭ ରୁ ଡିସେମ୍ବର ୦୪ ପର୍ୟ୍ୟନ୍ତ ଉଭୟ ଉପର ଓ ତଳ ପଡ଼ିଆରେ ଚାଲିବ ଐତିହାସିକ ବାଲିଯାତ୍ରା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login