ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ପଡିଆରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ପାରୁଲ ପଟାଓ୍ବରୀ ଭୋଟର ସଚେତନତା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଏହି ରଥ ଜିଲ୍ଲା ପରିକ୍ରମା କରି ଜନସାଧାରଣଙ୍କ ନିକଟରେ ସଚେତନତାର ବାର୍ତ୍ତା ପହଞ୍ଚାଇବ। ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ୨୦୨୪ ଉପଲକ୍ଷେ ଏହି ରଥ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବାହାରି ଜିଲ୍ଳାର ସମସ୍ତ ଗ୍ରାମ ପଞ୍ଚାୟତ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପରିକ୍ରମା କରିବ। ଜନସାଧାରଣଙ୍କ ଅବଗତି ନିମନ୍ତେ ଜଣାଇଦିଆଯାଉ ଅଛି ଯେଏହି ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ୟ୍ୟକ୍ରମ ୨୭ ଅକ୍ଟୋବରରୁ ଆରମ୍ଭ ହୋଇଛି ଏବଂ ୯ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ଏହି ସମୟ ଅବଧି ମଧ୍ୟରେ ଭୋଟର ମାନେ ତାଲିକାର ଯାଞ୍ଚ୍ କରି ନୂତନ ନାମ ପଞ୍ଜିକରଣ, ମୃତ ଭୋଟର ବାଦ୍ ଦେବା ପାଇଁ ତଥା ତାଲିକାରେ ଥିବା ବିଭିନ୍ନ ବିବରଣୀର ସଂଶୋଧନ ପାଇଁ ଆବେଦନ କରିପାରିବେ ।ମୁଖ୍ୟ ନିର୍ବାଚନ ଅଧିକାରୀ , ଓଡ଼ିଶାଙ୍କ ଦ୍ଵାରା ୫ ନଭେମ୍ବର, ୧୧ନଭେମ୍ବର, ୧୯ ନଭେମ୍ବର, ୨୫ ନଭେମ୍ବରକୁ ସ୍ଵତନ୍ତ୍ର ପ୍ରଚାର ଦିବସ ରୂପେ ଘୋଷଣା କରାଯାଇଛି, ଏହି ଦିନ ମାନଙ୍କରେ ବୁଥ୍ ସ୍ତରୀୟ ଅଧିକାରୀ ମାନେ ବୁଥ୍ ମାନଙ୍କରେ ଉପସ୍ଥିତ ରହି ଆବେଦନ ପତ୍ର ଗ୍ରହଣ କରିବେ।ଏହି କାର୍ଯ୍ୟକ୍ରମ ରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ଉପସ୍ଥିତ ଥିଲେ।
ଜିଲ୍ଲାପାଳଙ୍କ ଦ୍ବାରା ଭୋଟର ସଚେତନତା ରଥର ଶୁଭାରମ୍ଭ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











