କଟକ : ଆଜି ହେଉଛି କାର୍ତ୍ତିକ ମାସର ଦ୍ବିତୀୟ ସୋମବାର । ଏଥିପାଇଁ ବେଶ ଚଳଚଞ୍ଚଳ ବାବା ଧବଳେଶ୍ବରଙ୍କ ପୀଠ । ସେଥିପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁମାନେ ଆସି ବାବା ଧବଳେଶ୍ବରଙ୍କୁ ଦର୍ଶନ କରୁଛନ୍ତି । ରାତି ୪ଟାରୁ ପହଡ ଖୋଲାଯାଇ ୧୦୮ ଗରା କଳସରେ ସ୍ନାନ କରାଯାଇ ମଙ୍ଗଳ ଆଳତୀ କରାଯାଇଥିଲା । ଶ୍ରଦ୍ଧାଳୁ ମାନେ ନୂଆ କଂକ୍ରିଟ ସେତୁ ଉପରେ ଆସି ବାବା ଧବଳେଶ୍ବରଙ୍କୁ ଦର୍ଶନ କରୁଛନ୍ତି । ସେହିପରି ଆରଡି ଆଖଣ୍ଡଳମଣିଙ୍କୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ ଜମିଛି । ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।
Views: 80