ଭୁବନେଶ୍ୱର : ଆସନ୍ତାକାଲି ଆଲୋକର ପର୍ବ ଦୀପାବଳି । ଦୀପାବଳିରେ ବାଣ ଫୁଟାଇବାକୁ ନେଇ ମାର୍ଗଦର୍ଶିକା ଜାରି କରିଛି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ଏନେଇ ଖବରକାଗଜରେ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି । ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ଭାବେ କଟକଣା ଜାରି କରାଯାଇଥିବା ବେଳେ ୧୨୫ଡେସିବଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାରରୁ ବିରତ ରହିବା ପାଇଁ ମାର୍ଗଦର୍ଶିକାର ଉଲ୍ଲେଖ ରହିଛି ।
କେଉଁ ନିୟମ ପାଳନ କରିବେ -:
*ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ସମ୍ପୂର୍ଣ୍ଣ ନିଷେଧ
*ଡାକ୍ତରଖାନା, ଶିକ୍ଷାନୁଷ୍ଠାନର ୧୦୦ ମିଟର ପରିସୀମାରେ ବାଣ ଫୁଟାଇବା ନିଷେଧ
*ନ୍ୟାୟାଳୟ ଓ ଧାର୍ମିଙ୍କ ସ୍ଥଳର ୧୦୦ ମିଟର ପରିସୀମାରେ ବାଣ ଫୁଟାଇବା କଟକଣା
* ଖୋଲା ସ୍ଥାନରେ ଫୁଟାଇ ପାରିବେ ସବୁଜ ବାଣ
*୧୨୫ ଡେସିବଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାର ନିଷେଧ
* ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କୁ ଅଭିଯୋଗ କରିହେବ
*ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଉପ ଆରକ୍ଷୀ ଅଧୀକ୍ଷକ ଓ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଅଭିଯୋଗ କରିହେବ
ବାଣ କଟକଣା ମାର୍ଗଦର୍ଶିକା ; ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ବିଜ୍ଞପ୍ତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











