ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ପ୍ରଶାସନ ଏବଂ ସ୍ବଳ୍ପ ସଞ୍ଚୟ ବିଭାଗର ମିଳିତ ଆନୁକୁଲ୍ୟରେ ସଞ୍ଚୟ ପକ୍ଷ ପାଳନ ଅବସରରେ ସ୍ଥାନୀୟ ଶ୍ରୀକୃଷ୍ଣ ଏକାଡେମୀ ଠାରେ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ସ୍ତରୀୟ ବକ୍ତୃତା ପ୍ରତିଯୋଗିତା ଆୟୋଜିତ କରାଯାଇଥିଲା। ବରିଷ୍ଠ ବିଭାଗରେ ବିଷୟ ବସ୍ତୁ ‘ଆର୍ଥିକ ସାକ୍ଷରତା ଓ ସାଇବର ଠକେଇ ପ୍ରତି ସତର୍କତା’ ରହିଥିବାବେଳେ କନିଷ୍ଠ ବିଭାଗରେ ‘ଆର୍ଥିକ ସାକ୍ଷରତା ଓ ସ୍ଵଳ୍ପ ସଞ୍ଚୟ’ ରହିଥିଲା।ଛାତ୍ରଛାତ୍ରୀ ମାନେ ଅତି ସୁନ୍ଦର ଭାବରେ ମିତବ୍ୟୟିତା ଓ ସ୍ଵଳ୍ପ ସଞ୍ଚୟ ସମ୍ବନ୍ଧରେ ନିଜର ଚିନ୍ତାକୁ ପ୍ରକାଶ କରିଥିଲେ।ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକ ଉପସ୍ଥିତ ସମସ୍ତଙ୍କୁ ସଞ୍ଚୟ ର ଉପକାରିତା ବୁଝାଇବା ସହ ସାଇବର ଠକେଇ ବିଷୟରେ ସଚେତନ କାରାଇଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ଜେନା, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି ଛାତ୍ରଛାତ୍ରୀ ମାନଙ୍କୁ ଆର୍ଥିକ ସାକ୍ଷରତା ର ମୂଲ୍ୟବୁଝି ଜୀବନରେ ମିତବ୍ୟୟୀ ହେବାକୁ ଉପଦେଶ ଦେଇଥିଲେ। କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ପରେ ସମସ୍ତ ଅତିଥି ଏବଂ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ବୃକ୍ଷରୋପଣ କରାଯାଇଥିଲା।ଏହି ସଭାରେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀ,ଅଭିଭାବକ ଏବଂ ଗଣମାଧ୍ୟମ ର ପ୍ରତିନିଧି ମାନେ ଉପସ୍ଥିତ ଥିଲେ।
ଜିଲ୍ଲା ସ୍ତରୀୟ ବକ୍ତୃତା ପ୍ରତିଯୋଗିତା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











