ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ । ଧାର୍ଯ୍ୟ ସମୟ ଅନୁସାରେ ନୀତିକାନ୍ତି ସହ ଚାଲିଛି ଶୃଙ୍ଖଳିତ ଦର୍ଶନ । କାର୍ତ୍ତିକ ତ୍ରୟୋଦଶୀରେ ଆଡକିଆ ବେଶରେ ମହାପ୍ରଭୁଙ୍କ ଦର୍ଶନ । ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତ୍ତାକର୍ଷକ ବେଶ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି । ଏହି ବେଶ ଦେଖିବାକୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି ।ଆସନ୍ତା କାଲି ମହାପ୍ରଭୁଙ୍କ ଲଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବ । ସେପଟେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ଲାଗି ସ୍ୱତନ୍ତ୍ର ବାୟୋ ଟଏଲେଟ, ବ୍ୟାରିକେଡରେ ବିଶୁଦ୍ଧ ପିଇବା ପାଣି ବ୍ୟବସ୍ଥା ହୋଇଛି । ସେହିପରି ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ହେଲପ ଡେସ୍କ ଓ ବିଶ୍ରାମ ପାଇଁ ବ୍ୟବସ୍ଥା କରାଯାଇଛି ।
Views: 81