ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏହା ନେଇପାରେ ବାତ୍ୟାର ରୂପ । ଯଦି ଲଘୁଚାପଟି ବାତ୍ୟାର ରୂପ ନିଏ ତେବେ କେଉଁଠି ଲ୍ୟାଣ୍ଡଫଲ୍ କରିବ ତାକୁ ନେଇ ବିଭିନ୍ନ ମଡେଲ ଆକଳନ କରିବା ଆରମ୍ଭ କରିଛନ୍ତି । କିଛି ମଡେଲ ବାତ୍ୟାଟି ବାଂଲାଦେଶରେ ଲ୍ୟାଣ୍ଡଫଲ କରିବା ନେଇ ଆକଳନ କରୁଥିବା ବେଳେ କିଛି ମଡେଲ ଆନ୍ଧ୍ର ଉପକୂଳ ଆଡକୁ ଇଙ୍ଗିତ କରୁଛି । ଆନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲ୍ସ ବାତ୍ୟାର ଲ୍ୟାଣ୍ଡଫଲ ନେଇ ଆକଳନ କରି ନଥିଲେ ମଧ୍ୟ ବାତ୍ୟାର ପ୍ରଭାବ ଭାରତ କିମ୍ବା ବାଂଲାଦେଶରେ ପଡ଼ିପାରେ ବୋଲି ଆକଳନ କରିଛନ୍ତି ।ବାତ୍ୟା ନେଇ ଆଇଏମଡି ପକ୍ଷରୁ କୌଣସି ଆକଳନ କରାଯାଇ ନଥିବା ବେଳେ କେବଳ ଅବପାତ ହେବ ବୋଲି ସୂଚନା ଦିଆଯାଇଛି । ଆଜି ସୁଦ୍ଧା ଦକ୍ଷିଣ ଆଣ୍ଡାମାନ୍ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଲଘୁଚାପ ରୂପ ନେବ । ଦକ୍ଷିଣ ଆଣ୍ଡାମାନ୍ ସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଲଘୁଚାପ ନେବ ବାତ୍ୟାର ରୂପ !

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଶାରେ କଂଗ୍ରେସର ସ୍ଥାନ ନାହିଁ –ମନମୋହନ
ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି...
ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...
ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ
ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ...
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ
ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...