The Ultimate Managed Hosting Platform
ADVERTISEMENT

ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ୪୦ ଡାକ୍ତର ହେଲେ କରୋନା ଆକ୍ରାନ୍ତ

Facebook
Twitter
LinkedIn

ଭୁବନେଶ୍ବର: କୋଭିଡରେ ଆକ୍ରାନ୍ତ ହେଲେ କୋଭିଡ୍ ଯୋଦ୍ଧା । ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲର କାର‌୍ୟ୍ୟରତ ୧୪୪ ଜଣ ଡାକ୍ତରଙ୍କ ମଧ୍ୟରୁ ୪୦ ଜଣ ଡାକ୍ତର କେରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୦ ଜଣ ଘରେ ସଂଗରୋଧରେ ରହିଥିବାବେଳେ ବାକି ଡାକ୍ତର ହସ୍ପିଟାଲରେ ରହିଛନ୍ତି । ସେହିପରି ଅନ୍ୟ କିଛି ଡାକ୍ତର ସୁସ୍ଥ ହୋଇ କାର‌୍ୟ୍ୟରେ ଯୋଗଦେଇଛନ୍ତି । କ୍ୟାପିଟାଲ ହସ୍ପିଟାଲରେ ପ୍ରତ୍ୟେକ ଦିନ ୭ ରୁ ୮ ଜଣ କରୋନାରେ ସଂକ୍ରମିତ ହେଉଛନ୍ତି । ତେବେ ହସ୍ପିଟାଲରେ ମୋଟ ୧୬୦୦ ରୁ ୨୦୦୦ କର୍ମଚାରୀଙ୍କ ମଧ୍ୟରୁ ପ୍ରାୟ ୧୪୦ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ଯାହା ଫଳରେ ହସ୍ପିଟାଲ କାର‌୍ୟ୍ୟ ପ୍ରଭାବିତ ହୋଇଛି । ବର୍ତ୍ତମାନ କମ୍ ସଂଖ୍ୟକ କର୍ମଚାରୀରେ କ୍ୟାପିଟାଲ ହସ୍ପିଟାଲର କାର‌୍ୟ୍ୟ ଚାଲୁଛି । ଚିକିତ୍ସା ପାଇଁ ଓପିଡିକୁ ସକାଳ ସମୟରେ ଏକ ଘଣ୍ଟା ବଢ଼ାଇ ଦିଆଯାଇଛି । ସେହିପରି ୨୪ ଘଣ୍ଟା ଜରୁରୀକାଳୀନ ସେବା ଯୋଗାଇ ଦିଆଯାଉଥିବା କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login