ଜଗତସିଂହପୁର : ଭିନ୍ନକ୍ଷମ ମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବାର ପ୍ରୟାସ ନେଇ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାର ପ୍ରତ୍ୟେକ ବ୍ଳକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଆୟୋଜନ କରାଯାଉଅଛି। ଏହି ଅଭିଯାନ ଅନ୍ତର୍ଗତ ଜଗତସିଂହପୁର ବ୍ଲକ୍ ଓ ମୁନିସିପାଲିଟି ନିମନ୍ତେ ସ୍ଥାନୀୟ ଶ୍ରୀ କୃଷ୍ଣ ଏକାଡେମୀ ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସମାଜିକ ସୁରକ୍ଷା ବିଭାଗ ଓ ଵ୍ଲକ ପ୍ରଶାସନର ମିଳିତ ଆନୁକୁଲ୍ୟରେ ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରକୁ ସରକାରୀ ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ଉଦଘାଟନ କରିଥିଲେ। ଜଗତସିଂହପୁର ଅତିରିକ୍ତ ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ ଅଜୟ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଧାୟକ ଶ୍ରୀ ମୁଦୁଲି ଭିନ୍ନକ୍ଷମ ମାନଙ୍କୁ ଭଗବାନଙ୍କର ଅମୃତ ସନ୍ତାନ ବୋଲି ଅଭିହିତ କରିଥିଲେ। । ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ଭୋଇ ବ୍ଲକ ଅଧକ୍ଷା କାନକ ପ୍ରଭା ଲେଙ୍କା ବ୍ଲକ ମଣ୍ଡଳ ଅଧିକାରୀ ଓ ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଙ୍କ ତତ୍ତ୍ଵାବଧାନ ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ଅଭିଜ୍ଞ ଡାକ୍ତର ମାନଙ୍କ ଦ୍ଵାରା ସେମାନଙ୍କର ବିଭିନ୍ନ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଭିନ୍ନକ୍ଷମ ମାନଙ୍କୁ ଚିହ୍ନଟ କରାଯାଇଥିଲା। ଆସିଥିବା ଭିନ୍ନକ୍ଷମ ହିତାଧିକାରୀ , ସେମାନଙ୍କ ଅଭିଭାବକ ତଥା ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ଥିଲେ।
ଶ୍ରୀକୃଷ୍ଣ ଏକାଡେମୀ ଉଚ୍ଚ ବିଦ୍ୟାଳୟଠାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











