ଭୁବନେଶ୍ୱର : ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ଆସନ୍ତା ୨୬ ତାରିଖ ଠାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର, ଉତ୍ତରଖାତା ଆଦି ପଠାଯିବ । ଡିସେମ୍ବର ୩୧ ସୁଦ୍ଧା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଏହା ପହଞ୍ଚିବ । ସେହିପରି ୧୫ ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ୍ ପାଇଁ ୨ ଘଣ୍ଟା, ୬୦, ୩୦ ଓ ୨୦ ମାର୍କ ପରୀକ୍ଷା ପାଇଁ ୩ ଘଣ୍ଟା ଧାର୍ୟ୍ୟ ହୋଇଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ବାଧ୍ୟତାମୂଳକ କରାଯାଇଛି।
Views: 109











