ନୂଆଦିଲ୍ଲୀ: ଛତିଶଗଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେବ ସାଏ । ଶପଥ ପାଠ କରାଇଲେ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅରୁଣ ସାଓ, ବିଜୟ ଶର୍ମା । ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ । ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଉପସ୍ଥିତ । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ସମାରୋହରେ ସାମିଲ । ବିଜେପିର ବରିଷ୍ଠ ନେତା ଅମିତ ଶାହ, ଜେ.ପି ନଡ୍ଡା, ଯୋଗୀ ଆଦିତ୍ୟନାଥ, ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇଥିଲେ । ସେହିଭଳି ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ ।
Views: 89











