ନୂଆଦିଲ୍ଲୀ : ସଂସଦ ଭବନରେ ସୁରକ୍ଷା ଭଙ୍ଗ ଘଟଣାରେ କାର୍ଯ୍ୟାନୁଷ୍ଠାନ । ସଂସଦର ସୁରକ୍ଷା ଦାୟିତ୍ୱରେ ଥିବା ୮କର୍ମଚାରୀ ନିଲମ୍ବିତ । ୮ କର୍ମଚାରୀଙ୍କୁ ନିଲମ୍ବନ କଲା ଲୋକସଭା ସେକ୍ରେଟାରିଏଟ । ସେମାନଙ୍କ ନାମ ରାମପାଲ, ଅରବିନ୍ଦ, ବୀରଦାସ, ଗଣେଶ, ଅନୀଲ ପ୍ରତୀପ, ବିମିତ, ନରେନ୍ଦ୍ର ବୋଲି କୁହାଯାଉଛି । ସେପଟେ ସଂସଦରେ ସୁରକ୍ଷା ପ୍ରସଙ୍ଗରେ ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କିଛି କେନ୍ଦ୍ରମନ୍ତ୍ରୀ ଓ ସାଂସଦଙ୍କ ସହ ଆଲୋଚନା କରୁଛନ୍ତି ପ୍ରଧାନମନ୍ତ୍ରୀ । ବୈଠକରେ ଉପସ୍ଥିତ ଅଛନ୍ତି ଅମିତ ଶାହ, ଜେ. ପି. ନଡ୍ଡା, ପ୍ରହ୍ଲାଦ ଯୋଶୀ, ଅନୁରାଗ ଠାକୁର ପ୍ରମୁଖ । ଏହି ପ୍ରସଙ୍ଗକୁ ନେଇ ଆଜି ସଂସଦରେ ହଙ୍ଗାମା ହୋଇପାରେ । ବିରୋଧୀ ଏହି ପ୍ରସଙ୍ଗକୁ ହଟ୍ଟଗୋଳ କରିଛନ୍ତି । ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବିବୃତ୍ତି ଦାବି କରୁଛନ୍ତି । ବିରୋଧୀ ଅଧିବେଶନ ପୂର୍ବରୁ ବୈଠକରେ ଆଲୋଚନା ବି କରିଛନ୍ତି ।
ଗତକାଲି ଲୋକସଭାରେ ୨ ଜଣ ଅଜ୍ଞାତ ଯୁବକ ଦର୍ଶକ ଗ୍ୟାଲେରୀରୁ ସାଂସଦଙ୍କ ଉପରକୁ ଡେଇଁଥିଲେ । ସେମାନେ କିଛି ସ୍ପ୍ରେ କରିବା ସହିତ ସ୍ନୋକଂ ଫାୟରିଂ କରିଥିଲେ । ଏହାପରେ ସାଂସଦମାନେ ତାଙ୍କୁ କାବୁ କରିବା ପରେ ରକ୍ଷାକର୍ମୀମାନେ ସେଠାରେ ପହଞ୍ଚି ଲୁହବୁହା ଗ୍ୟାସ ପ୍ରୟୋଗ କରି ସେମାନଙ୍କୁ ଆୟତ୍ତ କରିଥିଲେ । ଆଜି ମଧ୍ୟ ସେହି ଘଟଣାରେ ସନ୍ଦିଗ୍ଧ ଯୁବକଯୁବତୀଙ୍କ ବିରୋଧରେ ୟୁଏପିଏ ରେ ମାମଲା ରୁଜୁ ହୋଇଛି ।
ସଂସଦରେ ସୁରକ୍ଷା ଭଙ୍ଗ ; ୮ ନିଲମ୍ବିତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











