ଜୟପୁର : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ଭଜନଲାଲ ଶର୍ମା । ଜୟପୁରରେ ଶପଥପାଠ କରାଇବେ ରାଜ୍ୟପାଳ । ଦାୟା ସିଂ ଓ ପ୍ରେମଚାନ୍ଦ ବୈରୱା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଶପଥ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦି । ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଅନ୍ୟ ବରିଷ୍ଠ କେନ୍ଦ୍ରୀୟ ନେତୃବୃନ୍ଦ ମଧ୍ୟ ସାମିଲ ହେବେ । ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ଜୟପୁର ସମେତ ରାଜସ୍ଥାନର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ଭଜନଲାଲ ବ୍ରାହ୍ମଣ ସଂପ୍ରଦାୟରୁ ପ୍ରତିନିଧିତ୍ୱ କରୁଛନ୍ତି। ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ଭଜନଲାଲ ଶର୍ମା ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ଲାଗି ଦାବି ଜଣାଇଥିଲେ । ୫୬ ବର୍ଷୀୟ ଭଜନଲାଲ ଶର୍ମାଙ୍କ ଘର ରାଜସ୍ଥାନର ଭରତପୁରରେ। ସେ ସାଙ୍ଗାନେର ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ସେ ଏଥର ପ୍ରଥମ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି।
Views: 94











