ମୁମ୍ବାଇ : ଆଜି ସଲ୍ଲୁ ଭାଭ ବା ଭାଇଜାନ ସଲମାନ ଖାନଙ୍କ ଜନ୍ମଦିନ । ୫୮ ବର୍ଷରେ ପାଦ ଥାପିଛନ୍ତି ସଲମାନ । ଅଭିନେତାଙ୍କ ଜନ୍ମଦିନରେ ତାଙ୍କ ଫ୍ୟାନ୍ସ ଏବଂ ସମସ୍ତ ସେଲିବ୍ରେଟିଙ୍କ ଠାରୁ ଅନେକ ଶୁଭେଚ୍ଛା ମିଳିଛି । ଏସବୁ ମଧ୍ୟରେ ପ୍ରତିବର୍ଷ ପରି ଏଥର ମଧ୍ୟ ତାଙ୍କ ଫ୍ୟାନ୍ସ ତାଙ୍କ ଘର ବାହାରେ ଅଭିନେତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ତେବେ ଏସବୁ ମଧ୍ୟରେ ଆଜି ସକାଳୁ ମଧ୍ୟ ଭାଇଜାନଙ୍କ ଘର ବାହାରେ ଫ୍ୟାନ୍ସ ଭିଡ ଦେଖିବା ପାଇଁ ମିଳିଛି ।
ତେବେ ସୋସିଆଲ ମିଡିଆରେ ସେୟାର ହୋଇଥିବା ଭିଡିଓରେ ଏହା ଦେଖିବାକୁ ମିଳେ ଯେ ସଲମାନ ଖାନଙ୍କ ଘର ବାହାରେ ବହୁ ସଂଖ୍ୟାରେ ଲୋକ ଏକାଠି ହୋଇଛିନ୍ତି । ବାସ୍ତବରେ ଅନେକ ସହରର ଫ୍ୟାନ୍ସ ଆସି ଭାଇଜାନଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ମଙ୍ଗଳବାର ରାତିରୁ ତାଙ୍କ ମୁମ୍ବାଇ ନିବାସ ବାହାରେ ଏକାଠି ହେବା ଆରମ୍ଭ କରିଛନ୍ତି । ତେବେ ଏଥିପାଇଁ ସେଠାରେ ବହୁତ ଟ୍ରାଫିକ୍ ଦେଖିବା ପାଇଁ ମିଳିଥିଲା । ଏସବୁ ମଧ୍ୟରେ ସଲମାନ ଖାନ ଗତକାଲି ରାତିରେ ତାଙ୍କ ଭଉଣୀ ଅର୍ପିତା ଖାନ ଶର୍ମାଙ୍କ ମୁମ୍ବାଇରେ ତାଙ୍କ ପରିବାର ଏବଂ ସାଙ୍ଗମାନଙ୍କ ଉପସ୍ଥିତିରେ ଜନ୍ମଦିନ ପାଳନ କରିଥିଲେ ।
୫୮ ବର୍ଷରେ ସଲମାନ, ଆଜି ଭାଇଜାନଙ୍କ ଜନ୍ମଦିନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











