The Ultimate Managed Hosting Platform
ADVERTISEMENT

ଜିଲ୍ଲା ସ୍ତରୀୟ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

Facebook
Twitter
LinkedIn

ଜଗତସିଂହପୁର : ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ନାଚ ଗୀତରେ ଝୁମିଲା ଜଗତସିଂହପୁର ଜିଲ୍ଲା । ଏହି ଜିଲ୍ଲା ସ୍ତରୀୟ ନୂଆ -ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିଷର ମଧ୍ୟରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱାରୀଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗ ଦେଇଥିବା ବେଳେ ତାଙ୍କ ସହିତ ସମ୍ମାନିତ ଅତିଥି ଭାବେ ଜଗତସିଂହପୁର ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ମୁଦୁଲି ଯୋଗ ଦେଇଥିବା ତାଙ୍କ ସହିତ ଏରସମା ବାଲିକୁଦାର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡର ଅଧକ୍ଷ ରଘୁନନ୍ଦନ ଦାଶ, ତିର୍ତୋଲ ବିଧାୟକ ବିଜୟ ଶଙ୍କର ଦାଶ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ଯୋଗ ଦେଇଥିବା ବେଳେ ତାଙ୍କ ସହିତ ଜିଲ୍ଲାର ସମସ୍ତ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ । ତେବେ ଏହି କାର୍ୟ୍ୟକ୍ରମ ଜିଲ୍ଲା ର ସମସ୍ତ କଲେଜ ଗୁଡିକରେ କରାଯାଇ ଏହି କାର୍ଯ୍ୟକ୍ରମରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଅର୍ଥ ରାଶି ଓ ପୁରସ୍କାର ବିତରଣ କରାଯାଇ ସେମାନଙ୍କୁ ଅତିଥି ଆହୁରି ଜୀବରେ ସଫଳତା ହାସଲ କରିବା ପାଇଁ ଉତ୍ସାହ ପ୍ରଦାନ କରିଥିଲେ । ଅନ୍ୟପଟେ ଜିଲ୍ଲାର ସମସ୍ତ କଲେଜର ପ୍ରାୟ ଦଶ ହଜାର ଉର୍ଦ୍ଧ ଛାତ୍ର ଛାତ୍ରୀ ଏହି ଜିଲ୍ଲା ସ୍ତରୀୟ କାର୍ୟ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିବା ଦେଖା ଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login