ସାଲେପୁର : ନିଶ୍ଚିନ୍ତକୋଇଲି କଟରପଡା ବସ-ଟ୍ରକ ଧକ୍କାରେ ୩ ମୃତ ଘଟଣା । ମୃତକଙ୍କ ପରିବାର ପ୍ରତି ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ପ୍ରତି ମୃତକଙ୍କ ପରିବାର ପିଛା ୩ ଲକ୍ଷ ଟଙ୍କା ଲେଖାଏଁ ଦିଆଯିବ । ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ୯ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତି ମାନଙ୍କୁ କଟକ ଏସସିବି ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ସେମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି ।
Views: 94











