ନୂଆଦିଲ୍ଲୀ : ଆସାମରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୪ ଜଣଙ୍କ ମୃତ୍ୟୁ । ଏନଏଚରେ ପିକନିକ ଯାଉଥିବା ମିନି ବସକୁ ଧକ୍କା ଦେଲା ଟ୍ରକ । ଘଟଣା ସ୍ଥଳରେ ୧୪ ମୃତ, ଆଉ ୨୪ ଗୁରୁତର ହସ୍ପିଟାଲରେ ଭର୍ତ୍ତି । ଜୋରହାଟ ଜିଲ୍ଲା ଦେରଗାଓଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ସମସ୍ତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଏକାଧିକ ମହିଳା ଓ ଶିଶୁ ରହିଥିବା ସୂଚନା ମିଳିଛି।ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି। ମିନି ବସରେ ପିକନିକ ପାଇଁ ଯାଉଥିବାବେଳେ ଗୋଲଘାଟ ଜାତୀୟ ରାଜପଥ ଉପରେ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛି। ଆହତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
Views: 91











