ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ । ୩୧୯ ସାମ୍ପଲ ଟେଷ୍ଟରୁ ୫ ପଜିଟିଭ ଚିହ୍ନଟ । ରାଜ୍ୟରେ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୨୭କୁ ବୃଦ୍ଧି । ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କୋଭିଡ ଟେଷ୍ଟିଙ୍ଗ ବଢ଼ିଛି, ବର୍ତ୍ତମାନ ରାଜ୍ୟରେ ଯେଉଁ ଆକ୍ଟିଭ ପେସେଣ୍ଟ ଅଛନ୍ତି, ସମସ୍ତେ ହୋମ ଆଇସୋଲେସନରେ ଅଛନ୍ତି, ମେଡିକାଲରେ କେହି ନାହାଁନ୍ତି। ତେଣୁ ଆତଙ୍କିତ ହେବାର ନାହିଁ। ଆଗକୁ ବଢ଼ିବା ନେଇ ସ୍ଥିତି ଅନୁଧ୍ୟାନ କରାଯାଉଛି।
Views: 104











