ଭୁବନେଶ୍ୱର : ଓଡିଶାରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ । ୨ ଜଣ କରୋନାର ନୂଆ ଭାରିଆଣ୍ଟ JN.1 ରେ ଆକ୍ରାନ୍ତ ଚିହ୍ନଟ । ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ । ଆକ୍ରାନ୍ତ ହେଉଛନ୍ତି ସୁନ୍ଦରଗଡର । ଅନ୍ୟଜଣେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ । ତେବେ ଚଳିତ ବର୍ଷ ରାଜ୍ୟରେ କରୋନା ଜନିତ ମୃତ୍ୟୁ ନେଇ କୌଣସି ଘଟଣା ଏଯାଏଁ ଘଟିନାହିଁ । ଯଦି ଏଭଳି ଅଭିଯୋଗ ଆସେ , ଅଡିଟ୍ ପରେ ତଥ୍ୟ ଦିଆଯିବ । ଏବେ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି । ତେବେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।
Views: 98











