ଜଗତସିଂହପୁର : ଜଗତସିଂହପୁର ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଜିଲ୍ଲା ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ସୂଚନା, ଶିକ୍ଷା ଓ ଯୋଗାଯୋଗ ସମ୍ପର୍କରେ ଏକଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ମୁଖ୍ୟ ଅତିଥିଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ସଚିବ, ଶ୍ରୀମତୀ ଅତସୀ ଦାସ ଯୋଗଦେଇ ଲୋକକଳା ମାଧ୍ୟମରେ ସରକାରଙ୍କର ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଗୁଡିକର ପ୍ରଚାର ଓ ପ୍ରସାର ନିମନ୍ତେ କଳାକାର ମାନଙ୍କୁ ପ୍ରୋତ୍ସାହିତ କରିଥିଲେ। ସେ କହିଥିଲେ ଯେ, ଜଗତସିଂହପୁର ମାଟି ହେଉଛି କଳା ଓ ସଂସ୍କୃତିର ପୃଷ୍ଠଭୂମି ।ତେଣୁ ଏହି ମାଟିର କଳାକାର ମାନେ ନିଜର ନିଖୁଣ କଳା ଚାତୁରୀ ମାଧ୍ୟମରେ, ତୃଣମୂଳ ସ୍ତରରେ, ସରକାରଙ୍କ ଯୋଜନା ଗୁଡିକୁ ସଫଳ ଭାବେ ପହଞ୍ଚାଇପାରିବେ।ମୁଖ୍ୟବକ୍ତା ଭାବେ ଯୋଗଦେଇ ଜିଲ୍ଲାର ବରିଷ୍ଠ ଶିକ୍ଷାବିତ୍ ଶ୍ରୀ ମହେନ୍ଦ୍ର କୁମାର ଆଚାର୍ୟ୍ୟ ଓଡିଶାର ଐତିହ୍ୟ, ପରମ୍ପରା ଏବଂ ଏହି ପରିପ୍ରେକ୍ଷୀରେ ଜଗତସିଂହପୁର ଜିଲ୍ଲାର ଭୂମିକା ବିଷୟରେ ଉପସ୍ଥାପନ କରିଥିଲେ। ଅନ୍ୟ ସମ୍ମାନିତ ଅତିଥି ଭାବେ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ନିର୍ମଳ କୁମାର ମହାନ୍ତି, ସହକାରୀ ଏଲ୍ ଡି ଏମ୍, ୟୁ କୋ ବ୍ୟାଙ୍କ, ସୁଶ୍ରୀ ଦମୟନ୍ତୀ ମୁର୍ମୁ ,ଜଗତସିଂହପୁର ବ୍ଲକ୍ କଳା ସଂସ୍କୃତି ସଂଘର ଉପ ସଭାପତି ଶ୍ରୀ ବନମାଳୀ ପତି ପ୍ରମୁଖ ଉପସ୍ଥିତ କଳାକାର ଏବଂ ବିଭାଗୀୟ ଅଧିକାରୀ ମାନଙ୍କୁ ଏହି କର୍ମଶାଳାର ଆଭିମୁଖ୍ୟ ସମ୍ପର୍କରେ ବୁଝାଇଥିଲେ।
ସୂଚନା ଶିକ୍ଷା ଓ ଯୋଗାଯୋଗ ସମ୍ପର୍କରେ ଜିଲ୍ଲା ସ୍ତରୀୟ ଏକ ଦିବସୀୟ କର୍ମଶାଳା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











