ଜଗତସିଂହପୁର : ଜଗତସିଂହପୁର ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ପଡିଆରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ନିମନ୍ତେ ସଚେତନତା ରଥକୁ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରି ଓ ଜିଲ୍ଲାପରିଷଦ ସଭାପତି ଶ୍ରୀ ମନୋଜ କୁମାର ଭୋଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ସୁସଜ୍ଜିତ ରଥ ଜିଲ୍ଲାର ପ୍ରତ୍ୟେକ ସେଚାଞ୍ଚଳ ପରିକ୍ରମା କରି ଜନସାଧାରଣଙ୍କୁ ପାଣି ପଞ୍ଚାୟତର ଆଭିମୁଖ୍ୟ ଓ ଚାଷୀ ପଞ୍ଜୀକରଣ ବାର୍ତ୍ତା ମାଧ୍ୟମରେ କୃଷି ଓ କୃଷକଙ୍କ ସର୍ବାଙ୍ଗୀନ ଉନ୍ନତି, ପ୍ରତ୍ୟେକ ସଭ୍ୟଙ୍କ ମଧ୍ୟରେ ଉତ୍ତମ ଜଳ ବଣ୍ଟନ, ବାର୍ଷିକ ଫସଲ ଖସଡା ପ୍ରସ୍ତୁତି ଓ କାର୍ୟ୍ୟକାରିତା ,ପଞ୍ଚାୟତ ସଭ୍ୟ ମାନଙ୍କ ନିମନ୍ତେ ତାଲିମ ଓ କ୍ଷେତ୍ର ପରିଦର୍ଶନର ବ୍ୟବସ୍ଥା ଆଦି ସମ୍ଵନ୍ଧରେ ସଚେତନ କରାଇବ। ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ଏହି ରଥ ପରିକ୍ରମା କରି ଜନସାଧାରଣଙ୍କୁ ସଚେତନ କରାଇବ।ଏହି ଉଦଘାଟନୀ ଉତ୍ସବ ଅବସରରେ ଜିଲ୍ଲାପାଳଙ୍କ ସମେତ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ଭୋଇ, ଜଗତସିଂହପୁର ଜଳ ସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ନାୟକ, ମହାନଦୀ ଦକ୍ଷିଣ ବିଭାଜନ ର ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ରାଜେଶ ଚନ୍ଦ୍ର ମହାନ୍ତି, ଅନ୍ୟ ସହକାରୀ ଯନ୍ତ୍ରୀ ତଥା ପାଣି ପଞ୍ଚାୟତର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।
ଜଗତସିଂହପୁରରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନର ଉଦଘାଟନ ଉତ୍ସବ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











