କଟକ : ମାହାଙ୍ଗା ଡବଲ ମର୍ଡର ଲିଙ୍କରେ ପ୍ରତାପ ଜେନାଙ୍କ ଆବେଦନ ପ୍ରସଙ୍ଗ । ଉଭୟ ପକ୍ଷଙ୍କ ସହମତିରେ ଶୁଣାଣି ଘୁଞ୍ଚାଇଲେ ହାଇକୋର୍ଟ । ଫେବ୍ରୁଆରୀ ୧ ତାରିଖରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ । ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି ୨୦୨୪, ଫେବ୍ରୁଆରି ୧ ତାରିଖ ପର୍ଯ୍ୟନ୍ତ ବଢିଛି। ସାଲେପୁର ଜେଏମ୍ଏଫ୍ସି ଅଦାଲତଙ୍କ ୨୦୨୩, ସେପ୍ଟେମ୍ବର ୨୫ର ନିର୍ଦ୍ଦେଶ ବିରୋଧରେ ଶ୍ରୀ ଜେନା ଦାୟର କରିଥିବା ଆବେଦନ (କ୍ରିମିନାଲ ରିଭିଜନ)ର ଆଜି ହାଇକୋର୍ଟରେ ଶୁଣାଣି ହୋଇଥିଲା। ତାଙ୍କୁ ଦିଆଯାଇଥିବା ଅନ୍ତରୀଣ ସୁରକ୍ଷା ଆସନ୍ତା ଫେବ୍ରୁଆରି ପହିଲା ଯାଏଁ ବଳବତ୍ତର ରହିଛି। ଉଭୟ ପକ୍ଷଙ୍କ ସହମତିରେ ହାଇକୋର୍ଟ ଶୁଣାଣି ଘୁଞ୍ଚାଇଛନ୍ତି। ଆଗାମୀ ଫେବ୍ରୁଆରି ୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଜଷ୍ଟିସ ବି.ପି.ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରୀ ଜେନାଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।
Views: 104











