ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ବଡ ଘୋଷଣା । ଜାନୁଆରୀ ୨୨ ତାରିଖରେ ଅଧା ଦିନ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଅପରାହ୍ନ ୨ଟା ୩୦ ଯାଏଁ ଛୁଟି ଘୋଷଣା କରିଛନ୍ତି ସରକାର । ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଅବସରରେ ସମସ୍ତ କେନ୍ଦ୍ର ସରକାରଙ୍କ କାର୍ୟ୍ୟାଳୟ, କେନ୍ଦ୍ରୀୟ ସଂସ୍ଥା ଓ କେନ୍ଦ୍ର ଅଧିନସ୍ଥ ଶିଳ୍ପାନୁଷ୍ଠାନ ଗୁଡିକ ଅପରାହ୍ନ ୨ଟା ୩୦ ଯାଏଁ ଛୁଟି ରହିବ । ଏହା ଏଥିପାଇଁ କରାଯାଉଛି ଯେପରି ସରକାରୀ କର୍ମଚାରୀ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବର ସିଧାପ୍ରସାରଣ ଦେଖିପାରିବେ । କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାନାମାରେ କୁହାଯାଇଛି ଯେ, କର୍ମଚାରୀଙ୍କ ଭାବନା ଓ ଅନୁରୋଧକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଅଧାଦିନ ଛୁଟି ଘୋଷଣା କରିବାକୁ ନିଷ୍ପତ୍ତି ନେଇଛନ୍ତି । ସେହିଭଳି ୨୨ ଜାନୁଆରୀରେ ପ୍ରତ୍ୟେକ ଘରେ ଦୀପ ପ୍ରଜ୍ୱଳନ କରିବା ସହ ଗରିବଙ୍କୁ ଖାଇବାକୁ ଦେବାକୁ କୁହାଯାଇଛି । ସେହିଭଳି ୨୨ ଜାନୁଆରୀ ପରେ ନିଜ ସଂସଦୀୟ କ୍ଷେତ୍ରର ଲୋକଙ୍କୁ ଅଯୋଧ୍ୟା ଆଣିବାକୁ ମଧ୍ୟ କୁହାଯାଇଛି ।
‘ଜାନୁଆରୀ ୨୨’ ଅଧା ଦିନ ଛୁଟି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











