ଭୁବନେଶ୍ୱର : ସାରା ରାଜ୍ୟରେ ଲାଗି ରହିଛି କୋହଲା ପାଗ। କୋହଲା ପାଗ ସହ ଆସନ୍ତା ୩ ଦିନ ପର୍ୟ୍ୟନ୍ତ ରାଜ୍ୟରେ ଅସ୍ତବ୍ୟସ୍ତ କରିବ ଘନ କୁହୁଡି । ଗୁରୁଚାପ ବଳର ପ୍ରଭାବରେ କୋହଲା ପାଗ ସହ ଉତ୍ଥର ଓଡିଶାରେ ହାଲୁକା ବର୍ଷା ହୋଇଛି। ପୁରୀ, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ୟ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଘନ କୁହୁଡି ପାଇଁ ଆଜି ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବା ବେଳେ, ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ବାୟୁ ମଣ୍ଡଳରେ ଜଳୀୟବାଷ୍ପ ପରିମାଣ ଅଧିକ ଥିବାରୁ ଘନ କୁହୁଡ଼ି ଅନୁଭୂତ ହେଉଛି ।
Views: 91











