The Ultimate Managed Hosting Platform
ADVERTISEMENT

ସାରା ରାଜ୍ୟରେ କୋହଲା ପାଗ, ଉପକୂଳ ଓଡିଶାରେ ହାଲୁକା ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ସାରା ରାଜ୍ୟରେ କୋହଲା ପାଗ। କୋହଲା ପାଗ ସାଙ୍ଗକୁ ଥଣ୍ଡା ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଗୁରୁଚାପ ବଳୟ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି କୋହଲା ପାଗ। ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ହଲୁକା ବର୍ଷା ହୋଇଛି । ପୁରୀ, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି । ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ୟ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login