ଅଯୋଧ୍ୟା : ଦର୍ଶନ ଦେଲେ ମହାପ୍ରଭୁ ଶ୍ରୀରାମ। ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମ୍ପର୍ଣ୍ଣ। କାଶୀ ପୀଠର ବେଦଜ୍ଞ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମ୍ପର୍ଣ୍ଣ। ମୁଖ୍ୟ ଯଜମାନ ଭାବେ ଦାୟିତ୍ୱ ନିର୍ବାହ କଲେ ପ୍ରଧାନମନ୍ତ୍ରୀ। ଏହା ଭବ୍ୟ ଉତ୍ସବର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଶୁଭକାମନା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାସହ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଦେଖିବାର ସୌଭାଗ୍ୟ ମିଳିବା ନେଇ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ୧୧ ଦିନର ବ୍ରତ ପାଳନ ସମସ୍ତଙ୍କ ପାଇଁ ପ୍ରେରଣା । ଆଉ ଏହା ଭଗବାନ ଶ୍ରୀରାମଙ୍କ ପ୍ରତି ଆପଣଙ୍କ ସମର୍ପଣ ଭାବନାକୁ ଦର୍ଶାଉଛି ।
Views: 69











