The Ultimate Managed Hosting Platform
ADVERTISEMENT

ରାଜ୍ୟରେ ତଳକୁ ଖସୁଛି ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୩,୩୨୯ ଆକ୍ରାନ୍ତ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ଦୈନିକ ସଂକ୍ରମଣ ସଂଖ୍ୟା । ଗତ ୨୪ ଘଣ୍ଟାରେ ୩ ହଜାର ୩୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୯୩୪ ଜଣ ଚିହ୍ନଟ ହୋଇଥିବା ବେଳେ, ଲୋକାଲ କେସରେ ୧୩୯୫ ଜଣ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୫୦୪ ଜଣ ଆକ୍ରାନ୍ତ ୧୮ ବର୍ଷରୁ କମ୍ ବର୍ଗର ଥିବା ଜଣା ପଡ଼ିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ରହିଛି ।

ସଂକ୍ରମଣ ସଂଖ୍ୟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୪୬ ଜଣ ଚିହ୍ନଟ ହୋଇଥିବା ବେଳ, କଟକରୁ ୨୯୩ ଜଣ, ବାଲେଶ୍ୱରରୁ ୧୪୧ ଜଣ, ବରଗଡ଼ରୁ ୪୬, ଭଦ୍ରକରୁ ୫୭, ଅନୁଗୁଳ- ୮୫, ବଲାଙ୍ଗୀର-୬୭,ବୌଦ୍ଧ-୪୯, ଦେବଗଡ଼ରୁ ୬୭, ଢେଙ୍କାନାଳରୁ ୬୧, ଗଜପତିରୁ ୬୪, ଗଞ୍ଜାମରୁ ୪୪, ଜଗତସିଂହପୁରରୁ ୭୦, ଯାଜପୁରରୁ ୯୯, ଝାରସୁଗୁଡ଼ାରୁ ୭୪, କଳାହାଣ୍ଡିରୁ ୧୦୭, କନ୍ଧମାଳରୁ ୪୩, କେନ୍ଦ୍ରାପଡ଼ାରୁ ୭୩, କେନ୍ଦୁଝରରୁ ୨୧, କୋରାପୁଟରୁ ୫୯, ମାଲକାନଗିରିରୁ ୩୪, ମୟୂରଭଞ୍ଜରୁ ୧୪୫, ନବରଙ୍ଗପୁରରୁ ୯୦, ନୟାଗଡ଼ରୁ ୧୨୦, ନୂଆପଡ଼ାରୁ ୧୨୯, ପୁରୀରୁ ୫୬, ରାୟଗଡ଼ାରୁ ୬୬, ସମ୍ବଲପୁରରୁ ୧୧୫, ସୋନପୁରରୁ ୩୫, ସୁନ୍ଦରଗଡ଼ରୁ ୨୩୭ ଓ ଷ୍ଟେଟପୁଲରୁ ୧୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୪୯ ହଜାର ୨୪୦କୁ ବୃ୍ଦ୍ଧି ପାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login