ଭୁବନେଶ୍ୱର : ପୁଣି ଭିଜିବ ଓଡିଶା । ୩୧ ତାରିଖରୁ ରାଜ୍ୟରେ ବଦଳିବ ପାଗ । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୩୧ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ୧ ତାରିଖରେ ବାଲେଶ୍ବର, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକା ବର୍ଷା ହେବ ।ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ଘନ କୁହୁଡ଼ି ନେଇ କଳାହାଣ୍ଡି, କନ୍ଧମାଳ, ରାୟଗଡା, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
Views: 102











