ଭୁବନେଶ୍ବର: ଆଜି ଆରମ୍ଭ ହେଲା ଓଡିଆ ଭାଷାର ମହାକୁମ୍ଭ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଜନତା ମଇଦାନଠାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉଦ୍ଘାଟନ କରିଛନ୍ତି। ସମ୍ମିଳନୀରେ ଓ ସାରା ରାଜ୍ୟରେ ଏବଂ ଦେଶ ବିଦେଶରେ ଥିବା ସବୁ ଓଡିଆ ଆଜି ଏକ ସମୟରେ ବନ୍ଦେ ଉତ୍କଳ ଜନନୀ ଗାନ କରି ଓଡିଆ ଭାଷାର ଏହି ମହୋତ୍ସବରେ ସାମିଲ ହୋଇଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଭାଷାବିତ୍ ପ୍ରଫେସର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ଓଡିଆ ଭାଷାର ବିକାଶ ଉଦ୍ଦେଶ୍ୟରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମାନରେ ସମ୍ମାନୀତ କରିଥିଲେ। ପୁରସ୍କାର ସ୍ବରୂପ ତାଙ୍କୁ ମାନପତ୍ର ଓ ୨୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ଏହି ଅବସରରେ ଦୁଇ ଓଡିଆ ଜ୍ଞାନପୀଠ ପୁରସ୍କାର ବିଜେତା ପଦ୍ମବିଭୂଷଣ ଡକ୍ଟର ସୀତାକାନ୍ତ ମହାପାତ୍ର, ପଦ୍ମଭୂଷଣ ଡକ୍ଟର ପ୍ରତିଭା ରାୟ ଏବଂ ପ୍ରଫେସର ଆର୍ଲୋ ଗ୍ରୀଫିଥ ଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ ।
Views: 84