ନୟାଗଡ଼ : ବହୁଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟାକାଣ୍ଡ ଘଟଣାରେ ଆସିଛି ଚୂଡାନ୍ତ ରାୟ । ପରୀ ହତ୍ୟାକାରୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି । ନୟାଗଡ଼ ଚିଲ୍ଡ୍ରେନ୍ କୋର୍ଟ ଏହି ମାମଲାରେ ରାୟ ଶୁଣାଇଛନ୍ତି । ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୬ ହଜାର ଟଙ୍କା ଜରିମାନା ଦେବେ ହତ୍ୟାକାରୀ । କୋର୍ଟଙ୍କ ରାୟ ଆସିବା ପରେ ସରକାରୀ ଓକିଲ ପ୍ରତିକ୍ରିୟା ଦେଇ କହିଛନ୍ତି, ଦୋଷୀ ସାବାଳକ ହୋଇଥିଲେ ମୃତ୍ୟୁଦଣ୍ଡ ମିଳିଥାନ୍ତା । ୨୦୨୦ ମସିହା ଜୁଲାଇ ୧୪ରେ ଘର ଅଗଣାରୁ ୫ ବର୍ଷର ଝିଅ ପରୀ ନିଖୋଜ ହୋଇଯାଇଥିଲା । ନିଖୋଜ ହେବାର ୧୦ ଦିନ ପରେ ଘର ନିକଟସ୍ଥ ପୋଖରୀରୁ ଏକ ବସ୍ତା ଭିତରୁ ପରୀର ଦେହାବଶେଷ ଉଦ୍ଧାର କରାଯାଇଥିଲା । କ୍ରାଇମବ୍ରାଞ୍ଚ ଏହାର ତଦନ୍ତ ଭାର ନେଇଥିଲା । ଏପରିକି ଏହି ଘଟଣା ପାଇଁ ଏସଆଇଟି ମଧ୍ୟ ଗଠନ କରାଯାଇଥିଲା । ବିଭିନ୍ନ ଦିଗକୁ ତର୍ଜମା କରିବା ସହ ପାରିପାଶ୍ୱିର୍କ ସ୍ଥିତିକୁ ଦେଖିବା ପରେ ଅଭିଯୁକ୍ତଙ୍କୁ ଠାବ କରିବାରେ ସଫଳ ହୋଇଥିଲା କ୍ରାଇମବ୍ରାଞ୍ଚ । ୩୧ ଜଣ ସାକ୍ଷୀ ଓ ୧୩୫ଟି ଦସ୍ତାବିଜ ଏବଂ ୧୮ଟି ପ୍ରମାଣକୁ ଭିତ୍ତିକରି ହତ୍ୟା ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି କୋର୍ଟ ।
ପରୀ ହତ୍ୟାକାଣ୍ଡ ରାୟ; ୨୦ ବର୍ଷ କାରାଦଣ୍ଡ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











