ମାଲକାନଗିରି: ରିଲ୍ସ ନିଶା ଡାକିଆଣିଲା ବିପଦ । ମୃତ୍ୟୁ ମୁଖରୁ ବଞ୍ଚିଲେ ଦୁଇ ଯୁବତୀ । ରିଲ୍ସ କରୁ କରୁ ଅସାବଧାନତା ଯୋଗୁଁ ପାଣି ଭିତରେ ଖସି ପଡ଼ିଲେ ଦୁଇ ଯୁବତୀ। ପାଣିର ପ୍ରଖର ସୁଅରେ ଭାସି ଯାଇଥିଲେ ଦୁଇ ଜଣ। ବଂଚିବା ପାଇଁ ଚିତ୍କାର କରୁଥିଲେ। ପାଖରେ ପରିବାର ଲୋକ ଥିଲେ ବି କେହି କିଛି କରି ପାରୁନଥିଲେ । ତେବେ ଚିତ୍କାର ଶୁଣି ଏମାନଙ୍କ ସହ ଯାଇଥିବା ଦୁଇଜଣ ଡ୍ରାଇଭର ନିଜ ଜୀବନକୁ ବାଜିରେ ଲଗାଇ ପାଣି ଭିତରକୁ ଡେଇଁ ପଡିଥିଲେ। ଆଉ ମରଣ ମୁହଁରୁ ଏମାନଙ୍କୁ ଟାଣି ଆଣିଥିଲେ। ମାଲକାନଗିରି ଜିଲ୍ଲା ଗୋବିନ୍ଦପାଲ୍ଲି ନିଟକ ଗୁମ୍ମାଝରଣ ଜଳପ୍ରପାତରରେ ଘଟିଥିଲା ଏଭଳି ଘଟଣା । ଗତକାଲି କୁଡୁମୁଲୁଗୁମ୍ମାର ଏହି ଦୁଇ ଯୁବତୀ ପରିବାର ସହ ପିକନିକ ପାଇଁ ଏଠାକୁ ଆସିଥିଲେ। ତେବେ ସେଠାରେ ବୁଲାବୁଲି କରିବା ବେଳେ ରିଲ୍ସ କରୁଥିଲେ। ସେହି ସମୟରେ ଗୋଡ ଖସି ଯିବାରୁ ପାଣିରେ ପଡ଼ି ଯାଇଥିଲେ । ତେବେ ଗୋବିନ୍ଦପାଲ୍ଲିର ଦୁଇ ଜଣ ଡ୍ରାଇଭର ଜିତୁ ଗୌଡ ଓ ଦୀପକ ଗୌଡ ନିଜ ଜୀବନକୁ ବାଜି ଲଗାଇ ପାଣି ଭିତରକୁ ଡେଇଁ ଯୁବତୀ ଦୁଇଜଣଙ୍କୁ ଉଦ୍ଧାର କରିଥିଲେ ।
ରିଲ୍ସ ନିଶା ଆଣିଲା ବିପଦ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











