The Ultimate Managed Hosting Platform
ADVERTISEMENT

ରିଲ୍ସ ନିଶା ଆଣିଲା ବିପଦ

Facebook
Twitter
LinkedIn

ମାଲକାନଗିରି: ରିଲ୍ସ ନିଶା ଡାକିଆଣିଲା ବିପଦ । ମୃତ୍ୟୁ ମୁଖରୁ ବଞ୍ଚିଲେ ଦୁଇ ଯୁବତୀ । ରିଲ୍ସ କରୁ କରୁ ଅସାବଧାନତା ଯୋଗୁଁ ପାଣି ଭିତରେ ଖସି ପଡ଼ିଲେ ଦୁଇ ଯୁବତୀ। ପାଣିର ପ୍ରଖର ସୁଅରେ ଭାସି ଯାଇଥିଲେ ଦୁଇ ଜଣ। ବଂଚିବା ପାଇଁ ଚିତ୍କାର କରୁଥିଲେ। ପାଖରେ ପରିବାର ଲୋକ ଥିଲେ ବି କେହି କିଛି କରି ପାରୁନଥିଲେ । ତେବେ ଚିତ୍କାର ଶୁଣି ଏମାନଙ୍କ ସହ ଯାଇଥିବା ଦୁଇଜଣ ଡ୍ରାଇଭର ନିଜ ଜୀବନକୁ ବାଜିରେ ଲଗାଇ ପାଣି ଭିତରକୁ ଡେଇଁ ପଡିଥିଲେ। ଆଉ ମରଣ ମୁହଁରୁ ଏମାନଙ୍କୁ ଟାଣି ଆଣିଥିଲେ। ମାଲକାନଗିରି ଜିଲ୍ଲା ଗୋବିନ୍ଦପାଲ୍ଲି ନିଟକ ଗୁମ୍ମାଝରଣ ଜଳପ୍ରପାତରରେ ଘଟିଥିଲା ଏଭଳି ଘଟଣା । ଗତକାଲି କୁଡୁମୁଲୁଗୁମ୍ମାର ଏହି ଦୁଇ ଯୁବତୀ ପରିବାର ସହ ପିକନିକ ପାଇଁ ଏଠାକୁ ଆସିଥିଲେ। ତେବେ ସେଠାରେ ବୁଲାବୁଲି କରିବା ବେଳେ ରିଲ୍ସ କରୁଥିଲେ। ସେହି ସମୟରେ ଗୋଡ ଖସି ଯିବାରୁ ପାଣିରେ ପଡ଼ି ଯାଇଥିଲେ । ତେବେ ଗୋବିନ୍ଦପାଲ୍ଲିର ଦୁଇ ଜଣ ଡ୍ରାଇଭର ଜିତୁ ଗୌଡ ଓ ଦୀପକ ଗୌଡ ନିଜ ଜୀବନକୁ ବାଜି ଲଗାଇ ପାଣି ଭିତରକୁ ଡେଇଁ ଯୁବତୀ ଦୁଇଜଣଙ୍କୁ ଉଦ୍ଧାର କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login