ଭୁବନେଶ୍ବର : ଓଲିଉଡ ପାଇଁ ଦୁଃଖଦ ଖବର । ଆଉ ଜଣେ ବରିଷ୍ଠ ଅଭିନେତାଙ୍କୁ ହରାଇଛି ଓଲିୁଡ ଜଗତ । ବରିଷ୍ଠ ଅଭିନେତା ଚକ୍ରଧର ଜେନାଙ୍କ ପରଲୋକ ହୋଇଛି । ଚିକିତ୍ସାଧିନ ଅବସ୍ଥାରେ ଭୁବନେଶ୍ବର ଏମସରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଯାହାକୁ ନେଇ ଓଲିଉଡ଼ ଜଗତରେ ଶୋକର ଛାୟା ଖେଳିଯାଇଛି। ସୂଚନା ଅନୁସାରେ, ଦିର୍ଘ ଦିନ ଧରି ଚକ୍ରଧର ମଧୁମେୟ ରୋଗରେ ପୀଡିତ ଥିଲୋ କିନ୍ତୁ ଗତକାଲି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହୋଇଯାଇଥିଲା। ପରେ ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କୁ ଆୟିସିୟୁରେ ଭର୍ତ୍ତି କରାଯାଇ ଚିକିତ୍ସା ଜାରି ରହିଥିଲା କିନ୍ତୁ ଚିକିତ୍ସାନ ଅବସ୍ଥାରେ ଗତକାଲି ସେ ଆଖ୍ ବୁଜିଛନ୍ତି ।
ତେବେ ଗତକାଲି ସୋମବାର ସନ୍ଧ୍ୟାରେ ତାଙ୍କର ଦେହାନ୍ତ ଖବର ଶୁଣି ଓଡ଼ିଆ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ବିୟୋଗରେ ତାଙ୍କ ପ୍ରିୟଜନ ସ୍ତବ୍ଧ ହୋଇଯାଇଛନ୍ତି। ତେବେ ୧୯୮୩ରେ ଏଏସ୍ଟି ବା ଜାତୀୟ ନାଟ୍ୟ ବିଦ୍ୟାଳୟରୁ ଶିକ୍ଷା ଲାଭ କରିଥିବା ଚକ୍ରଧର ଜେନା ହଲିଉଡ ସିନେମା ‘ସିଟି ଅଫ୍ ଜୟ’ ଓ ‘ଇଲେକଟ୍ରିକ ମୁନ୍’ରେ ଅଭିନୟ କରିଛନ୍ତି।
ତାଙ୍କର ପ୍ରଥମ ଅଭିନୀତି ଓଡ଼ିଆ ସିନେମା ହେଉଛି ‘ପଥର ଖସୁଛି ବଡ଼ ଦେଉଳୁ’ । ଏହାଛଡ଼ା ସେ ଅନେକ ଓଡ଼ିଆ ଫିଲ୍ମ ଓ ସିରିଏଲରେ ନିଖୁଣ ଅଭିନୟର ଛାପ ଛାଡ଼ିଛନ୍ତି । ସେ ଓଡ଼ିଆ ସଙ୍ଗୀତ ନାଟକ ଆକାଡେମୀର ନାଟକ ଚୟନ କ୍ଷେତ୍ରରେ ବି ବିଚାରକ ଭାବେ ଦାୟିତ୍ୱ ତୁଳାଇଛନ୍ତି। ରଣଭୂମୀ, ମାୟା, ଅର୍ଜୁନ, ପ୍ରେମ ୱେଡ୍ସ ପ୍ରିୟା, ରଙ୍ଗିଲା ବାବା, ଭଉଁରୀ ଓ କଥାନ୍ତର ଭଳି ଅନେକ ସିନେମାରେ ଅଭିୟନ କରିଛନ୍ତି ।
ବରିଷ୍ଠ ଅଭିନେତା ଚକ୍ରଧର ଜେନାଙ୍କ ପରଲୋକ

Facebook
Twitter
LinkedIn
Facebook
Twitter
LinkedIn
Recent News
ଶ୍ରୀମନ୍ଦିରରେ ହେବ ୱାକିଟକି ବ୍ୟବସ୍ଥା : ଗିରୀଶ
ପୁରୀ : ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ ଫୋନ ।କୈାଣସି ପୋଲିସ କି ସେବାୟତ ବି ନେଇ ପାରିବେନି ମୋବାଇଲ । ଆଗକୁ ୱାକିଟକି ବ୍ୟବସ୍ଥା...
୧୬ରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ
ନୂଆପଡା : ଆସନ୍ତା ୧୬ ତାରିଖରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କର ଦାଖଲ ବେଳେ ଉପସ୍ଥିତ ରହିବେ ।...
e-KYC କରି ନ ଥିଲେ ମିଳିବନି ଚାଉଳ ; ମନ୍ତ୍ରୀ
ଭୁବନେଶ୍ୱର : e-KYC କରି ନ ଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।...
MKCGରେ ଇଣ୍ଟର ମିଟ୍ ; ୩ ଛାତ୍ର ଆହତ
ବ୍ରହ୍ମପୁର : ଏମକେସିଜିରେ ଇଣ୍ଟର ମେଡିକାଲ ମିଟ ବେଳେ ୩ ଛାତ୍ର ଆହତ । କଟକ ଏସସିବିର ୩ ଛାତ୍ର ଉତ୍ସବ ପାଳନ ବେଳେ ଆହତ ।...