ପୁରୀ : ଆଜି ଠାରୁ ରଥ ନିର୍ମାଣ ପାଇଁ ରଥକାଠ ଅନୁକୂଳ ହେବ । ଶ୍ରୀ ନଅର ସମ୍ମୁଖ ରଥଖଳାକୁ ରଥକାଠ ଆଗମନ ହେବ । ପରମ୍ପରା ଅନୁଯାୟୀ ତିନିଖଣ୍ଡ ଧଉରା କାଠକୁ ପୂଜାର୍ଚ୍ଚନା କରାଯିବ । ମନ୍ଦିର ପ୍ରଶାସନ କାର୍ୟ୍ୟାଳୟ ସମ୍ମୁଖରେ ୧୨ ଫୁଟିଆ ୩ ଖଣ୍ଡ ଧଉରା କାଠ ରଖାଯାଇଛି। ସନ୍ଧ୍ୟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟ ପରିସରରେ ମା’ ସରସ୍ୱତୀଙ୍କୁ ପୂଜାର୍ଚ୍ଚନା ପରେ ରଥକାଠ ଅନୁକୂଳ ପୂଜା ହେବ। ରଥ ସଂହିତା ଅନୁଯାୟୀ, ତିନିରଥ ନିର୍ମାଣ ଲାଗି ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ। ଗତବର୍ଷ ଆସିଥିବା କାଠ ମଧ୍ୟରୁ ୫୩ ଖଣ୍ଡ ବଳକା ରହିଛି। ବାକି ୮୧୨ ଖଣ୍ଡ କାଠ ଏଥର ଆସିବ। ଏହି କାଠ ମଧ୍ୟରୁ ଶ’ ମିଲ୍କୁ ୪୩୧ ଖଣ୍ଡ ଏବଂ ରଥଖଳାକୁ ୩୮୧ ଖଣ୍ଡ କାଠ ଅଣାଯିବ।
ତେବେ ଗତ ଶୁକ୍ରବାର ନୟାଗଡ଼ରୁ ୩ଟି ଟ୍ରକ୍ରେ ୧୦୨ ଖଣ୍ଡ କାଠ ଆସି ପହଞ୍ଚିଥିଲା। ପରମ୍ପରା ଅନୁଯାୟୀ, ବସନ୍ତ ପଞ୍ଚମୀ ତିଥିରେ ରଥକାଠ ଅନୁକୂଳ ଏବଂ ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ହେବାର ବିଧି ରହିଛି। ତେଣୁ ବୁଧବାର ରଥକାଠ ଅନୁକୂଳ ପୂଜା ହେବ। ସେହିପରି ଶ୍ରୀରାମ ନବମୀରେ କଟକସ୍ଥିତ ଖପୁରିଆ କରତ କଳରେ ରଥକାଠ ଚିରଟ ଏବଂ ଅକ୍ଷୟ ତୃତୀୟାରେ ମହାପ୍ରଭୁଙ୍କ ତିନିରଥ ନିର୍ମାଣ ଅନୁକୂଳ କରାଯିବ।
ଆଜି ରଥକାଠ ଅନୁକୂଳ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











