The Ultimate Managed Hosting Platform
ADVERTISEMENT

ମନୋହର ଯୋଶୀଙ୍କ ଦେହାନ୍ତ

Facebook
Twitter
LinkedIn

ମୁମ୍ବାଇ : ମହାରାଷ୍ଟ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ ଦେହାନ୍ତ । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ୮୬ ବର୍ଷରେ ପରଲୋକ । ହୃଦଘାତ ଯୋଗୁଁ ମେଡିକାଲରେ ଭର୍ତ୍ତି ହୋଇଥିଲେ ମନୋହର । ୧୯୯୫ରୁ ୧୯୯୯ ପର୍ଯ୍ୟନ୍ତ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଥିଲେ । ୨୦୦୨ରୁ ୨୦୦୪ ପ ର୍ଯ୍ୟନ୍ତ ଲୋକସଭାର ବାଚସ୍ପତି ଥିଲେ ମନୋହର । ବିଭକ୍ତ ଶିବସେନାର ସେ ଥିଲେ ପ୍ରଥମ ମୁଖ୍ୟମନ୍ତ୍ରୀ। ସେ ୨୦୦୨ରୁ ୨୦୦୪ ଯାଏ ଥିଲେ ଲୋକସଭା ବାଚସ୍ପତି। ସେ ୧୯୩୭ ଡିସେମ୍ବର ୨ରେ ରାଇଗଡ ଜିଲ୍ଲାର ନାନ୍ଦଭିରେ ଜନ୍ମଗ୍ରହଣ କରିଥିଲେ। ଜଣେ ଶିକ୍ଷକରୁ ରାଜନେତା ହୋଇଥିଲେ ମନୋହର। ସେ ୧୯୬୭ରେ ରାଜନୀତିରେ ପ୍ରବେଶ କରିଥିଲେ। ଶିବସେନା ସହ ପ୍ରାୟ ୪୦ ବର୍ଷ ଧରି ସମ୍ପର୍କରେ ଥିଲେ। ୧୯୬୮ରୁ ୧୯୭୦ ଯାଏ ସେ ଥିଲେ ମୁମ୍ବାଇ ମ୍ୟୁନିସପାଲ କାଉନସିଲର। ସେ ୧୯୭୬ରୁ ୧୯୭୭ ଥିଲେ ମୁମ୍ବାଇ ମେୟର। ୧୯୯୦ରେ ବିଧାୟକ ହୋଇଥିବା ମନୋହର ୧୯୯୯ରେ ମୁମ୍ବାଇ ନର୍ଥ-ସେଣ୍ଟ୍ରାଲରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login