ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଦିବସ । ବିକାଶ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛି ସାରା ରାଜ୍ୟ । ମାଆ ଓ ମାଟି ପାଇଁ କାମ କରିବାର ଆଗ୍ରହ ତାଙ୍କୁ ରାଷ୍ଟ୍ରନେତା ବା ଷ୍ଟେଟସମ୍ୟାନ ଆଖ୍ୟା ଦେଇଛି । କଟକ ଆନନ୍ଦ ଭବନରୁ ଇଣ୍ଡୋନେସିଆ ଯାଏଁ ଏହି ଟଲ ମ୍ୟାନ ଛାଡିଯାଇଛନ୍ତି ନିଜ ସାହାସିକତା, ବୁଦ୍ଧିମତା ଓ ଜନନେତାର ଅଲିଭା ପଦଚିହ୍ନ ।
ବିଜୁ ବାବୁଙ୍କ ୧୦୮ ତମ ଜୟନ୍ତୀରେ ବିଜେଡି ପକ୍ଷରୁ ସବୁ ଜିଲ୍ଲା ଓ ନିର୍ବାଚନମଣ୍ଡଳୀରେ ବିଶାଳ ଆୟୋଜନ କରାଯାଉଛି । ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଡାକ୍ତରଖାନା, ବୃଦ୍ଧାଶ୍ରମ, ଅନାଥାଶ୍ରମ ଓ ବାଳାଶ୍ରମରେ ଫଳ ବଣ୍ଟନ ସହ ବିଭିନ୍ନ ସମାଜସେବା କାର୍ୟ୍ୟକ୍ରମ ରହିଛି । ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ଆୟୋଜନ ହେଉଛି ସାଇକେଲ ଶୋଭାଯାତ୍ରା ଓ ଗଣଦୌଡ଼ ।
Views: 95











