The Ultimate Managed Hosting Platform
ADVERTISEMENT

ବଢିଲା ସର୍ବନିମ୍ନ ମଜୁରୀ

Facebook
Twitter
LinkedIn

ଭୁବନେଶ୍ୱର: ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର। ମଜୁରୀ ବଢିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ। ଏହା ଦ୍ବାରା ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଉପକୃତ ହେବେ। ଅଣକୁଶଳୀ ଶ୍ରମିକମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ, କୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକ ମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login