ରାୟପୁର : ୪୦ ଫୁଟ ତଳକୁ ଖସିଲା ବସ । ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଉଦ୍ଧ୍ୱର୍ ଆହତ । ଛତିଶଗଡ ଦୁର୍ଗ ଜିଲ୍ଲା ଖାପ୍ରିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଶ୍ରମିକଙ୍କୁ ନେଇ ଆସୁଥିବା ବସଟି ଭାରସାମ୍ୟ ହରାଇ ତଳକୁ ଖସି ପଡିଥିଲା । ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ।
ସୂଚନା ଅନୁସାରେ, ଗତକାଲି ରାତିରେ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍ ଲାଲ୍ ମୋରମ ଖଣିକୁ ଖସି ପଡ଼ିଥିଲା। ବସରେ ୩୦ରୁ ଅଧିକ ଶ୍ରମିକ ଥିଲେ। ବସଟି ଭାରସାମ୍ୟ ହରାଇ ଘାଟି ତଳକୁ ଖସି ପଡ଼ିବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି । ଖବର ପାଇ ପୋଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜୋରଦାର କରିଥିଲା। ପ୍ରାଥମିକ ଚିକିତ୍ସା ପାଇଁ ସମସ୍ତଙ୍କୁ ସ୍ଥାନୀୟ ସରକାରୀ ମେଡିକାଲକୁ ନିଆଯାଇଥିଲା। କିଛି ଆହତଙ୍କୁ ରାୟପୁରର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଘଟଣା ପରେ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା, ରାୟପୁର ଏମ୍ସ ଯାଇ ଆହତ ଏବଂ ସେମାନଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି ।
୪୦ ଫୁଟ ତଳକୁ ଖସିଲା ବସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











