ଭୁବନେଶ୍ୱର : ଆକାଶରୁ ହେଉଛି ଅଗ୍ନିବର୍ଷା । ରାଜ୍ୟର ଅଧିକାଂଶ ସ୍ଥାନରେ ହଟ୍ ଆଣ୍ଡ ହ୍ୟୂମିଡ କଣ୍ଡିସନ ଲାଗି ରହିଛି ।ପ୍ରବଳ ଖରାରେ ବାହାରକୁ ବାହାରି ହେଉନାହିଁ । ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ଏପରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ସାଂଘାତିକ ସ୍ଥିତି ଅନୁଭୁତ ହେବ । ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ୪ ରୁ ୬ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।
ଆଜି ଉଷ୍ମ ଏବଂ ଆର୍ଦ୍ର ପାଣିପାଗ ସ୍ଥିତି ପାଇଁ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦ୍ରାପଡା, ଯାଜପୁର, କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା ଏବଂ ନୟାଗଡ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ କାଲି ୧୨ଟି ଜିଲ୍ଲା, ୧୭ ତାରିଖରେ ୧୬ ଟି ଜିଲ୍ଲାକୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ କରାଯାଇଛି । ତେବେ ୧୮, ୧୯ ଏବଂ ୨୦ ତାରିଖରେ ଚଳିତ ସିଜିନ୍ର ସବୁଠାରୁ ପିକ୍ ସ୍ଥିତି ରହିବ ବୋଲି ଆକଳନ କରାଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି ।
୨୦ ଯାଏଁ ପ୍ରବଳ ତାତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











