ବ୍ରହ୍ମପୁର : ମୁଁ ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କ ଭଳି ନୁହେଁ, ଓଡ଼ିଆରେ ଚିଠି ଲେଖିବି। ଏଭଳି କଟାକ୍ଷ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି ବ୍ରହ୍ମପୁର ସଭାରେ ପ୍ରଧାନମନ୍ତ୍ରୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ଏଠାକାର ବିଜେଡି ସରକାର ମହିଳାଙ୍କ ହିତକୁ ଗୁରୁତ୍ୱ ଦେଉନାହାନ୍ତି। ବିଜେପି ସରକାର ମହିଳା ସଶକ୍ତୀକରଣ ପାଇଁ ପ୍ରତିବଦ୍ଧ।ସୁଭଦ୍ରା ଯୋଜନା ଓଡ଼ିଶାର ମହିଳାଙ୍କୁ ଆର୍ଥିକ ଭାବେ ସଶକ୍ତ କରିବ। ଓଡ଼ିଶାରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବ ବିଜେପି ସରକାର। ଠିକ୍ ସେହିପରି ୭୦ ବର୍ଷରୁ ଅଧିକ ବୟସ୍କଙ୍କ ଚିକିତ୍ସା ଖର୍ଚ୍ଚ ମାଗଣାରେ ହେବ। ତେଣୁ ଓଡ଼ିଶାରେ ଏଥର ବିଜେପି ସରକାର ହେବା ବହୁତ ଜରୁରୀ। ୧୦ ବର୍ଷରେ ଓଡ଼ିଶାକୁ ସାଢେ ୩ ଲକ୍ଷକୋଟିରୁ ଅଧିକ ଟଙ୍କା ଦେଇଛି କେନ୍ଦ୍ର ସରକାର।
Views: 55