ଭୁବନେଶ୍ବର: ପ୍ରଶାନ୍ତ ଜଗଦେବଙ୍କ ଗିରଫଦାରୀ ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ। ସିଧାସଳଖ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହିତ କେଉଁ ପରିସ୍ଥିତିରେ ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାହେଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପିର ବିଧାୟକ ପ୍ରାର୍ଥୀ ଏପରି କରି ନାହାନ୍ତି ବୋଲି କହିଛନ୍ତି ଅପରାଜିତା । ଅପରାଜିତା ଷଡ଼ଙ୍ଗୀ କହିଛନ୍ତି, ଯେଉଁ ବୁଥରେ ଇଭିଏମ୍ ଭଙ୍ଗା ହେଇଥିଲା, ସେହି ସ୍ଥାନରେ ସେ ସାଙ୍ଗେ ସାଙ୍ଗେ ପହଞ୍ଚିଥିଲେ। ହେଲେ ସେଠାରେ ପ୍ରଶାନ୍ତ ଜଗଦେବ ଇଭିଏମ୍ ଭାଙ୍ଗିଥିବା ନେଇ କେହି ବି ଲୋକ ଅଭିଯୋଗ କରିନଥିଲେ। ଘଟଣା ସମୟର ସିସିଟିଭି ଦୃଶ୍ୟ ସାର୍ବଜନୀନ କରିବେ ବୋଲି କହିଛନ୍ତି ସାଂସଦ ଅପରାଜିତା ।
Views: 106











