ନୂଆଦିଲ୍ଲୀ : ଛତିଶଗଡ ବିଜାପୁରରେ ନକ୍ସଲ ଆକ୍ରମଣ। ୨ ଜଣ ଯବାନ ସହିଦ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ତରେମ ଥାନା ଅଞ୍ଚଳରେ ଥିବା ମଣ୍ଡିମରକା ଜଙ୍ଗଲରେ କମ୍ବିଂ ଅପରେସନ ଜାରି ରହିଥିବା ବେଳେ ନକ୍ସଲଙ୍କ ବିସ୍ଫୋରଣରେ ୨ ଜଣ ଯବାନ ସହିଦ ହୋଇଥିବା ବେଳେ ୪ ଜଣ ଆହତ ହୋଇଥିବା ଜଣାପଡିଛି। ଆହତ ହୋଇଥିବା ଯବାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । କିଛି ଜଣଙ୍କ ସ୍ୱାସ୍ଥାବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ହେଲିକପ୍ଟରରେ ରାୟପୁର ପଠାଯାଉଛି।
Views: 85











