ଭୁବନେଶ୍ୱର : ଆଜିଠୁ ବଢିବ ବର୍ଷା । ମୌସୁମୀ ଟ୍ରପ୍ ଲାଇନ୍ ସକ୍ରିୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ତିନି ଦିନ ପର୍ୟ୍ୟନ୍ତ ଏପରି ବର୍ଷା ଲାଗି ରହିବ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି କିଛି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଆସନ୍ତାକାଲି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। କାଲି ବର୍ଷାର ପରିମାଣ ଆହୁରି ବଢିବ।
Views: 96











