ପୁରୀ: ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି । ଏଣୁ ଦ୍ୱିତୀୟ ଭୋଗ ହେବା ପରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା୫ଟାରୁ ୯ଟା ସାଧାରଣ ଦର୍ଶନ ବନ୍ଦ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାଶ୍ୱର୍ ଦେବାଦେବୀଙ୍କୁ ଦର୍ଶନର ସୈାଭାଗ୍ୟ ପାଇବେ ଶ୍ରଦ୍ଧାଳୁ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
Views: 61











