ଭୁବନେଶ୍ବର : ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଭିନ୍ନ ସରକାରୀ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଦିଲ୍ଲୀ ଯାଇଛନ୍ତି । ଆଜି ପୂର୍ବାହ୍ନରେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶାରେ ଜାତୀୟ ରାଜପଥର ବିକାଶ ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ । ଆଉ କିଛି ସମୟ ପରେ ଭାରତ ମଣ୍ଡପରେ ବସିବ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ସହ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ମଧ୍ୟ ଏହି ଆଲୋଚନାରେ ଯୋଗ ଦେବେ । ଏହା ସହ କେତେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଗସ୍ତ କାଳରେ ଭେଟିବାର କାର୍ୟ୍ୟକ୍ରମ ରହିଛି। ଆସନ୍ତାକାଲି ପୂର୍ବାହ୍ନରେ ଭୁବନେଶ୍ବର ଫେରିବେ ମୁଖ୍ୟମନ୍ତ୍ରୀ ।
Views: 69











