The Ultimate Managed Hosting Platform
ADVERTISEMENT

କୋଲକତା ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଦେଶବ୍ୟାପୀ ଆନେ୍ଦାଳନ ଜାରି

Facebook
Twitter
LinkedIn

କୋଲକାତା : ଦେଶବ୍ୟାପୀ ଜାରି ରହିଛି ଆନେ୍ଦାଳନ । କୋଲକାତା ଆରଜି କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ସାରା ଦେଶ ସ୍ତବ୍ଧ । ଦେଶର ବିଭିନ୍ନ ସ୍ଥାନରେ ଜାରି ପ୍ରତିବାଦ ଆନ୍ଦୋଳନ। ଡାକ୍ତର ସଂଘ ପକ୍ଷରୁ ଆନ୍ଦୋଳନ ପ୍ରତ୍ୟାହାର ହେଲା ବୋଲି ଗତକାଲି ଘୋଷଣା କରାଯାଇଥିଲେ ବି ଏହି ଆନ୍ଦୋଳନ ଜାରି ରହିବ ବୋଲି କହିଛି ଦିଲ୍ଲୀ ଏମସ ଆବାସିକ ଡାକ୍ତର ସଂଘ। ଫଳରେ ଆଜି ଦିଲ୍ଲୀ, ମୁମ୍ବାଇ ସମେତ ବିଭିନ୍ନ ସ୍ଥାନରେ ଆନ୍ଦୋଳନ ଜାରି ରହିଛି। ଗତକାଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହାର କରାଗଲା ବୋଲି କହିଥିଲା ଆବାସିକ ଡାକ୍ତର ସଂଘ ବା ଫୋର୍ଡା । ଏହା ସହ ମେଡିକାଲ କର୍ମଚାରୀଙ୍କ ଉପରେ ହେଉଥିବା ଆକ୍ରମଣକୁ ପ୍ରତିହତ କରିବା ଲାଗି କେନ୍ଦ୍ରୀୟ ସ୍ବାସ୍ଥ୍ୟସେବା ସୁରକ୍ଷା ଆଇନ ଲାଗୁ କରାଯିବ ବୋଲି କହିଥିଲେ ନଡ୍ଡା। ସେପଟେ ଏହି ଆନ୍ଦୋଳନ ଜାରି ରହିବ ବୋଲି କହିଛି ସର୍ବଭାରତୀୟ ମେଡିକାଲ ସଂଘ ବା ଏଫଏଆଇଏମଏ। ସେହିପରି ଏହି ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି ମହାରାଷ୍ଟ୍ର ଆବାସିକ ଡାକ୍ତର ସଂଘ, ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶ ଜୁନିଅର ଡାକ୍ତର ସଂଘ, ପାଟନା, ଭବୁନେଶ୍ବର, ଋଷିକେଶ, ମଙ୍ଗଳଗିରି ଏମସ ଡାକ୍ତର ସଂଘ, ବେଙ୍ଗାଲୁରୁ ନିମହାନ୍ସ, ପିଜିଆଇ ଚଣ୍ଡୀଗଡ଼, କେଜିଏମୟୁ ଲକ୍ଷ୍ମୌ ଆଦି ଡାକ୍ତର ସଂଘ ପକ୍ଷରୁ ଆନ୍ଦୋଳନ ଚାଲିବ ବୋଲି ଘୋଷଣା କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି...

ADVERTISEMENT
ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ନୂଆଦିଲ୍ଲୀ : ଦିନକୁ ଦିନ ତୀବ୍ର ହେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ । ଇସ୍ରାଏଲ-ଇରାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ବୃଦ୍ଧି ପାଉଛି । ୮ ଦିନ ଧରି ଲଗାତାର ହେଉଛି...

Login