ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମବଙ୍ଗ ଓ ବାଂଲାଦେଶ ନିକଟବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଝାଡଖଣ୍ଡ ମଧ୍ୟ ଦେଇ ଆଗାମୀ ୨ରୁ ୩ ଦିନ ଯାଏ ଗତି କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଜି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିର୍ ଜାରି କରାଯାଇଛି । ୧୭ ତାରିଖରେ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୯ ପ ର୍ଯ୍ୟନ୍ତ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜ କଟୀପଡାରେ ସର୍ବାଧିକ ୭୨.୦ ମିମି ବର୍ଷା ରେକର୍ଡ ହୋଇଛି ।
Views: 41